ଜଗତସିଂହପୁର :ଜଗତସିଂହପୁର ଜିଲ୍ଲାର ସର୍ବ ପୁରାତନ ଓ ସୁନାମଧନ୍ୟ ବିଦ୍ୟାଳୟ ଶ୍ରୀକୃଷ୍ନ ଏକାଡେମୀର ୮୯ ତମ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପୁରାତନ ଛାତ୍ର ସଭାପତି ତଥା ନାଇଜର କୂଳସଚିବ ଡ଼ଃ ଅଭୟ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥିଭାବେ ବିଶିଷ୍ଟ ସହିତ୍ୟକ ତଥା ବାଗ୍ମୀ ପ୍ରଫେସର ଶାନ୍ତନୁ କୁମାର ଆଚାର୍ୟ୍ୟ, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟକ ଶ୍ରୀଯୁକ୍ତ ବୈଷ୍ଣବ ଚରଣ ମହାନ୍ତି ,ବିଜୟ କୁମାର ପାତ୍ର ଯୋଗଦେଇଥିଲେ ନିମନ୍ତ୍ରିତ ଅତିଥିମାନେ ନିଜ ନିଜ ବକ୍ତବ୍ୟରେ ଶ୍ରୀକୃଷ୍ନ ଏକାଡେମୀର ଐତିହ ଓ ଶିକ୍ଷାଦାନ କ୍ଷେତ୍ରରେ ସଫଳତା ସମ୍ପର୍କରେ ସୂଚନା ଦେବା ସହିତ ଭବିଷ୍ୟତରେ ଏହି ବିଦ୍ୟାଳୟ ଆହୁରି ସୁନାମ ଅର୍ଜନ କରିବ ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ପ୍ରତିଷ୍ଠା ଉତ୍ସବ କାର୍ୟ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମିହିର କୁମାର ପାଲ , ପୁରାତନ ଛାତ୍ର ସଂସଦର ସମ୍ପାଦକ ସନାତନ ଖୁଣ୍ଟିଆ , ଭାରପ୍ରାପ୍ତ ପ୍ରଧାନଶିକ୍ଷକ ରମାକାନ୍ତ ପତି ଉପସ୍ଥିତ ଥିଲେ । ସଭା ଶେଷରେ ସାଂସ୍କୃତିକ କାର୍ୟ୍ୟକ୍ରମ ହୋଇଥିଲାଓ ସ୍କୁଲରେ ଭଲ ପଦରସନ୍ କରିଥିବା ଛାତ୍ର ମାନଙ୍କୁ ପୁରସ୍କୃତ କରାଯିବା ସହିତ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ସ୍କୁଲର ବହୁ ଛାତ୍ର ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସଭାରେ ଯୋଦେଇଥିଲେ ।
ଶ୍ରୀକୃଷ୍ନ ଏକାଡେମୀର ୯୮ ତମ ପ୍ରତିଷ୍ଠା ଉତ୍ସବ

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...