The Ultimate Managed Hosting Platform
ADVERTISEMENT

ଶ୍ରୀଜିଉଙ୍କ ରାତ୍ର ପହୁଡ ହେବନି

Facebook
Twitter
LinkedIn

ପୁରୀ : କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆଜି ଶ୍ରୀ ଜିଉଙ୍କ ରାତ୍ର ପହୁଡ ହେବନି । ସେବାୟତଙ୍କ ଆଲୋଚନା ପରେ ମୁଖ୍ୟ ପ୍ରଶାସକଙ୍କ ସୂଚନା । ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ଆସନ୍ତାକାଲି ରାଜରାଜେଶ୍ବର ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ସେପଟେ ଆଜି ପଞ୍ଚୁକର କାର୍ତ୍ତିକ ଶୁକ୍ଲ ଚତୁର୍ଦ୍ଦଶୀ। ଏହାକୁ ମହାକାର୍ତ୍ତିକ ମାସର ବୈକୁଣ୍ଠ ଚତୁର୍ଦ୍ଦଶା ତିଥି ମଧ୍ୟ କୁହାଯାଏ। ଏହି ଅବସରରେ ଶ୍ରୀବିଗ୍ରହଙ୍କୁ ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯାଇଛି। ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାକୁ ପ୍ରବଳ ମାତ୍ରାରେ ଭକ୍ତଙ୍କ ଭିଡ଼ ଜମିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login