The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଜାରି ହେଲା ୫ ସୂତ୍ରୀ ଗାଇଡଲାଇନ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଜାରିହେଲା ନୂଆ ଗାଇଡଲାଇନ । ୫ ସୂତ୍ରୀ ଗାଇଡଲାଇନ ଜାରିକଲା ଶ୍ରୀମନ୍ଦିର ପ୍ରଶାସନ । ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ୟ୍ୟ ସମୀକ୍ଷା କରାଯିବ । ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ । ଏହା ଦାଖଲ ନକଲେ କୌଣସି ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ । ଶ୍ରୀମନ୍ଦିର ମଧ୍ୟରେ ଅଧିକାରୀ ତଥା କର୍ମଚାରୀଙ୍କ ମୋବାଇଲ୍ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login