ପୁରୀ : ଶ୍ରୀ ଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ । ଜଗା ସ୍ଥାନରେ ବଳିଆ ଏ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ । ଟେବୁଲ କ୍ୟାଲେଣ୍ଡର ଓ ଫଟୋ କ୍ୟାଲେଣ୍ଡରରେ ରହିଛି ସମାନ ଚିତ୍ର । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି । ପଟଚ୍ଚିତ୍ର ଅଙ୍କା ଯାଇଥିବା ଚିତ୍ରକୁ ନେଇ ପ୍ରଶ୍ନ ଉଠାଇଲେ ବୁଦ୍ଧିଜୀବୀ । ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ସମୟର ଫଟୋରେ ମଧ୍ୟ ତ୍ରୁଟି । ପ୍ରଥମେ ଦେବୀ ସୁଭଦ୍ରା, ପରେ ଶ୍ରୀ ଜଗନ୍ନାଥ ଓ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା । ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡରରେ ଏଭଳି ତ୍ରୁଟି କୁ ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି ।
Views: 62











