ପୁରୀ : ଶ୍ରୀଜିଉଙ୍କ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ । ରାଜ୍ୟପାଳ ଭାବେ ଶପଥ ଗ୍ରହଣ ପରେ ଶ୍ରୀ ଜିଉଙ୍କ ଦର୍ଶନ କଲେ । ଓଡିଶାର ୨୬ ତମ ରାଜ୍ୟପାଳ ଭାବେ ଗତକାଲି ଶପଥ ପାଠ କରିଥିଲେ ରଘୁବର ଦାସ । ରାଜଭବନରେ ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି । ପ୍ରଫେସର ଗଣେଶୀ ଲାଲଙ୍କ କାର୍ୟ୍ୟକାଳ ସରିବା ପରେ ରଘୁବରଙ୍କୁ ନୂଆ ନିଯୁକ୍ତି ମିଳିଛି । ତେବେ ଓଡିଶାବାସୀଙ୍କ ପ୍ରତି ନିଜ ସେବା ଓ ନିଷ୍ଠାକୁ ପ୍ରମାଣିତ କରିବାକୁ କହିଛନ୍ତି ରଘୁବର ଦାସ । ୧୯୫୫ ମସିହା ମେ ୩ତାରିଖରେ ଝାଡ଼ଖଣ୍ଡରେ ଜନ୍ମଗ୍ରହଣ କରିଥିଲେ ରଘୁବର ଦାସ। ୧୯୭୭ରେ ସେ ଜନତା ପାର୍ଟିର ସଦସ୍ୟ ହୋଇ ୧୯୮୦ରେ ସକ୍ରିୟ ରାଜନୀତିରେ ପାଦ ଥାପି ଥିଲେ। ୧୯୯୫ରେ ସେ ପ୍ରଥମ ଥର ପାଇଁ ଜାମସେଦପୁର ପୂର୍ବ ଆସନରୁ ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ଲଗାତାର ୫ ଥର ବିଧାୟକ ଭାବେ ବିଜୟୀ ହୋଇଥିଲେ।
୨୦୦୯ରେ ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଦାୟିତ୍ବ ତୁଲାଇଥିଲେ। ୨୦୧୪ରୁ ୨୦୧୯ ପର୍ୟ୍ୟନ୍ତ ରାଜ୍ୟର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ଆଦ୍ୟ ଜୀବନ ଅଭାବ ଅନଟନ ଭିତରେ କାଟିଥିବା ରଘୁବର ପ୍ରଥମେ ଜାମସେଦପୁର ଟାଟା ଷ୍ଟିଲରେଶ୍ରମିକ ଭାବେ କାର୍ୟ୍ୟ କରିଥିଲେ। ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ ଜଗନ୍ନାଥଙ୍କ ଧାମରେ କାମ କରିବାର ସୁଯୋଗ ପାଇଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି।
ଶ୍ରୀ ଜିଉଙ୍କ ଦର୍ଶନ କଲେ ରାଜ୍ୟପାଳ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











