The Ultimate Managed Hosting Platform
ADVERTISEMENT

ସକାଳୁ କଲବଲ କରୁଛି ଖରା, ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡିଗ୍ରୀ

Facebook
Twitter
LinkedIn

ଭୁବନେଶ୍ବର: ସକାଳୁ ସକାଳୁ ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା । ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସେହିପରି ଭବାନୀପାଟଣାରେ ୩୪.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ର ୩୩ .୩ ଡିଗ୍ରୀ ରେକର୍ଡ କରାଯାଇଛି। ଗତକାଲି ତାପମାତ୍ରା ଅଧିକ ଥିଲେ ବି ଆଜି ଆଦ୍ରତାର ମାତ୍ରା ଅଧିକ ହେତୁ ଅନୁଭୂତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ପାଣିପାଗ ବିଭାଗ କହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login