ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ଭୀଷଣ ବର୍ଷିବ । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ଆଜି ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।
Views: 22