ଭୁବନେଶ୍ୱର : ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ଲକ୍ଷ୍ୟ ରହିଛି। ଆଜି ବିଧାନସଭାର ପ୍ରଶ୍ନକାଳରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି। ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି, ସେଠାରେ ୨୦୨୫ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ୟ୍ୟ ସରିବ। ମାର୍ଚ୍ଚ ୨୦୨୩ ସୁଦ୍ଧା ୫୮ ପ୍ରତିଶତ ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି. ଯେଉଁଠି ପାଇପ ନାହିଁ କି କାମ ଜାରି ରହିଛି, ସେଠାରେ ଜିଲ୍ଲାପାଳ, PD DRDA ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନଳକୂଅ ବସାଇବାକୁ ନିର୍ଦେଶ ଦିଆଯାଇଛି।
Views: 69