ସମ୍ବଲପୁର : ମିଛ ଖବର ଓ ଗୁଜବକୁ ନେଇ ଆଇନଶୃଙ୍ଖଳା ସ୍ଥିତି ବିଗିଡିବା ଆଶଙ୍କା ଥିବାରୁ ପୂରା ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ ଅବଧିକୁ ଆଉ ୪୮ ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଦେବ ରଞ୍ଜନ ସିଂ ନିର୍ଦ୍ଦେଶନାମା ଜାରି କରିଛନ୍ତି । ୧୭ ତାରିଖ ସକାଳ ୧୦ଟା ଯାଏ ସମ୍ବଲପୁର ଜିଲ୍ଲାରେ ବନ୍ଦ ରହିବ ଇଣ୍ଟରନେଟ୍ ସେବା । ହ୍ଵାଟ୍ସଆପ୍, ଟୁଇଟର୍, ଫେସବୁକ, ଇନଷ୍ଟାଗ୍ରାମ୍ ବନ୍ଦ । ସମସ୍ତ ମୋବାଇଲ୍ ସେବା ପ୍ରଦାନକାରୀଙ୍କ ଇଣ୍ଟରନେଟ୍ ଓ ଡାଟା ସର୍ଭିସ ବନ୍ଦ ରହିବ । ବ୍ରଡବ୍ୟାଣ୍ଡ ଡାଏଲ ଅପ୍ ସିଷ୍ଟମ ବନ୍ଦ ରହିଛି । ସମ୍ବଲପୁର ଜିଲ୍ଲାପାଳଙ୍କ ସୁପାରିଶ ପରେ ଇଣ୍ଟରନେଟ୍ ସେବା ବନ୍ଦ ଅବଧିକୁ ବଢ଼ାଇଛି ରାଜ୍ୟ ଗୃହ ବିଭାଗ ।୧୩ ତାରିଖରେ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେଉଥିବାରୁ ପୁଣି ଇଣ୍ଟରନେଟ ସେବା ଅବଧିକୁ ବୃଦ୍ଧି କରାଯାଇଛି।
ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ପୋଲିସ୍ ଏହାକୁ ଅଟକାଇବାକୁ ଚେଷ୍ଟା କରିବାରୁ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଅତିରିକ୍ତ ଏସ୍ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ ଏହି ଘଟଣାପରଠୁ ସମ୍ବଲପୁରରେ ଉତ୍ତେଜନା ଲାଗିରହିଛି। ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାରେ ଲାଗିଛି। ସହରରେ ବହୁ ପୋଲିସ୍ ଫୋର୍ସ ମୁତୟନ ସତ୍ତ୍ୱେ ଗତ ୨ ଦିନ ହେବ ସହରର ବହୁ ଦୋକାନ ବଜାର ପୋଡ଼ା ଜଳା ଘଟଣା ସାମନାକୁ ଆସିଛି।
ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ୍ ସେବା ବନ୍ଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











