ସମ୍ବଲପୁର : ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ପଧାନପଡା, ଧନୁପାଲି, ଅଇଁଠାପାଲି, ଦାନୀପାଲି ଜଳମଗ୍ନ । ବର୍ଷା ପାଣି ଘେରରେ ତଳିଆ ଅଞ୍ଚଳର ଲୋକେ । ଡ୍ରେନେଜ୍ ବ୍ୟବସ୍ଥା ଠିକ୍ ନଥିବାରୁ ଗୋଟିଏ ଦିନର ବର୍ଷାରେ ବେହାଲ ହୋଇପଡ଼ିଛି ସମ୍ବଲପୁର ସହର । ସେପଟେ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି । ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ୱର ୮ ଓ ଡାହାଣ ପାର୍ଶ୍ଵର ୪ଟି ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳସ୍ତର ୬୨୯.୯୭ ଫୁଟ ରହିଛି । ୨ ଲକ୍ଷ ୫ ହଜାର ୪୨୬ କ୍ୟୁସେକ ଜଳ ଡ୍ୟାମକୁ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।
Views: 50