The Ultimate Managed Hosting Platform
ADVERTISEMENT

ସମ୍ବଲପୁର ସୀମା ସିଲ୍

Facebook
Twitter
LinkedIn

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ସମସ୍ତ ସୀମାକୁ ସିଲ୍ କରାଯାଇଛି। ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁର ସହରରେ ଘଟିଥିବା ବ୍ୟାପକ ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବା ପାଇଁ ଆଉ ଏକ ବଡ଼ ପଦକ୍ଷେପ ନେଇଛି ପ୍ରଶାସନ। ସୀମା ସିଲ ନେଇ ଏସପି ବି ଗଙ୍ଗାଧର ସୂଚନା ଦେଇଛନ୍ତି। ଏଣେ ସ୍ଥିତିକୁ ଦେଖି ଅଧିକସଂଖ୍ୟକ ପୁଲିସ ଫୋର୍ସ ମୁତୟନ କରାଯାଇଛି। କର୍ଫ୍ୟୁ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି। ଅନ୍ୟପଟେ ଆଉ ୪୮ ଘଣ୍ଟା ଲାଗି ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁଣି ଆଗାମୀ ୪୮ ଘଣ୍ଟା ପର୍ୟ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ କରିବା ପାଇଁ ସରକାରଙ୍କୁ ସୁପାରିସ କରାଯାଇଥିବା ନେଇ ଗତକାଲି ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଶୁକ୍ରବାର ମଧ୍ୟରାତ୍ରିରୁ ସମ୍ବଲପୁରରେ କର୍ଫ୍ୟୁ ଘୋଷଣା କରାଯାଇଛି। ରାତି ୧୨ଟାରୁ ଅନ୍ୟାଦେଶ ପର୍ୟ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login