ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରୀ ଅଧିକାରୀଙ୍କ ୩ରୁ ୬ ଛୁଟି ବାତିଲ। ବାତ୍ୟା ପ୍ରଭାବରେ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲର କିଛି ସ୍ଥାନାରେ ମାତ୍ରଧିକ ବର୍ଷାର ପୂର୍ବାନୁମାନ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି କୃଷି ବିଭାଗର କ୍ଷେତ୍ର ସ୍ତରୀୟ ଅଧିକାରୀଙ୍କୁ ହାଇଆଲର୍ଟରେ ରଖାଯାଇଛି । ଏଥିସହ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମର କୃଷି ବିଭାଗ ଅଧିକାରୀଙ୍କ ରବିବାର ଛୁଟି ବାତିଲ କରାଯାଇଛି । ସମ୍ଭାବ୍ୟ ଅଦିନିଆ ବର୍ଷା ଯୋଗୁ ଫସଲ ସୁରକ୍ଷା ପାଇଁ ଚାଷୀଙ୍କୁ ପରାମର୍ଶ ଦେଇଛି କୃଷି ବିଭାଗ । କଟା ହୋଇଥିବା ଧାନ ଅମଳ କରି ସୁରକ୍ଷିତ ସ୍ଥାନରେ ସାଇତି ରଖନ୍ତୁ । ବିଳମ୍ବ କିସମ ଧାନ ଜମିରୁ ବଳକା ପାଣି ନିଷ୍କାସନ କରିବା ପାଇଁ ନାଳି କରନ୍ତୁ ଓ ନାଳି ମୁହଁ ଖୋଲା ରଖନ୍ତୁ । ପନିପରିବା ତଥା ରବି ଫସଲରେ ଜଳ ନିଷ୍କାସନ ପାଇଁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛି କୃଷି ବିଭାଗ । ସବୁ ରବି ଫସଲ ଲଗାଇବା କିମ୍ବା ବୁଣିବା ସାମୟିକ ସ୍ଥଗିତ ରଖିବାକୁ କୁହାଯାଇଛି ।.
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରୀ ଅଧିକାରୀଙ୍କ ୩ରୁ ୬ ଛୁଟି ବାତିଲ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











