The Ultimate Managed Hosting Platform
ADVERTISEMENT

ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଭେଟି, ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି

Facebook
Twitter
LinkedIn

ଭୁବନେଶ୍ୱର: ବଢ଼ିଲା ମହଙ୍ଗା ଭତ୍ତା । ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରୀ କର୍ମଚାରୀଙ୍କ ପାଇଁ ରଜ ଭେଟି । ରାଜ୍ୟ ସରକାର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ହୋଇଛି । ଏହି ମହଙ୍ଗା ଭତ୍ତା ଚଳିତ ବର୍ଷ ଜାନୁଆରୀ ପହିଲାରୁ ୨୦୨୩ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହ ପେନସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ୍ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢ଼େ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login