ଭୁବନେଶ୍ୱର : ଦାମୋଦର ରାଉତଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
Views: 95