ଭୁବନେଶ୍ୱର : ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ବିରୋଧ । ଦୀର୍ଘ ୨ ଘଣ୍ଟା ବନ୍ଦୀ ରହିଲେ ସାଂସଦ । ପୋଲିସକୁ କଲେ ଅପେକ୍ଷା । ଭୁବନେଶ୍ୱର ୪୩ ନମ୍ବର ୱାର୍ଡ ବୁଧେଶ୍ୱରୀ କଲୋନୀରେ ଅପରାଜିତା ବିରୋଧରେ ସମ୍ମୁଖୀନ ହୋଇଛନ୍ତି । ସୋମବାର ରାତିରେ ଅପରାଜିତା ଷଡଙ୍ଗୀ ଜନସମ୍ପର୍କ ସଭାକୁ ଆସୁଥିବାବେଳେ ଏକ ଗୋଷ୍ଠୀ ତାଙ୍କୁ ବିରୋଧ କରିଛନ୍ତି । ଏହାକୁ ନେଇ ଅପରାଜିତାଙ୍କ ସମର୍ଥକ ଓ ବିରୋଧୀ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ବିକ୍ଷୋଭକାରୀଙ୍କ ଅଭିଯୋଗ ସାଂସଦଙ୍କ ଗତ ୪ ବର୍ଷ ହେଲା ଦେଖା ମିଳୁନଥିଲା । ଦିନେ ମଧ୍ୟ ସାଂସଦଙ୍କ ପାଦ ୪୩ ନଂ ୱାର୍ଡରେ ପଡିନାହିଁ ।
ଏବେ ନିର୍ବାଚନ ପାଖେଇ ଆସିବାରୁ ସାଂସଦ ପୁଣି ଆସୁଥିବାରୁ ତାଙ୍କୁ ବିରୋଧ କରାଯାଉଥିବା ବିକ୍ଷୋଭକାରୀ କହିଛନ୍ତି । ବିରୋଧ ପରେ ଜନସମ୍ପର୍କ ସମାବେଶର ଯୋଗଦେଇଥିଲେ ଅପରାଜିତା ଷଡଙ୍ଗୀ । ଅନ୍ୟପଟେ ବିରୋଧ ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଭୁବନେଶ୍ୱର ସାଂସଦା ସାଂସଦ କହିଛନ୍ତି ଦୀର୍ଘ ୨ ଘଂଟା ଧରି ଲୋକେ ତାଙ୍କୁ ବନ୍ଦୀ କରି ରଖିଥିଲେ । ଜଣେ ନିର୍ବାଚିତ ଜନପ୍ରତିନିଧିଙ୍କ ସହ ଏଭଳି ବ୍ୟବହାର ନିର୍ଦ୍ଧିଷ୍ଟ ରାଜନୈତିକ ଦଳର ପ୍ରୋତ୍ସାହନରେ ହୋଇଛି ବୋଲି ଅଭିଯୋଗ କରିଛନ୍ତି ଅପରାଜିତା ଷଡଙ୍ଗୀ । ସାଂସଦଙ୍କୁ ଏପରି ବ୍ୟବହାର ନେଇ ସାଧାରଣରେ ବି ନିନ୍ଦା କରାଯାଇଛି ।
ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ପୁଣି ବିରୋଧ, ଭୁବନେଶ୍ୱର ବୁଧେଶ୍ୱର କଲୋନୀରେ ଦୀର୍ଘ ୨ ଘଣ୍ଟା ବନ୍ଦୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...