The Ultimate Managed Hosting Platform
ADVERTISEMENT

ସାଇବର ଠକେଇକୁ ରୋକିବା ଲକ୍ଷ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ସଚେତନତା ରଥ ପରିକ୍ରମା କାର୍ଯ୍ୟକ୍ରମ

Facebook
Twitter
LinkedIn

ଯାଜପୁର : ରାଜ୍ୟରେ ଦିନକୁଦିନ ବଢ଼ୁଥିବା ସାଇବର ଠକେଇ କୁ ରୋକିବା ଲକ୍ଷ୍ୟ ରେ ରାଜ୍ୟରେ ଆରମ୍ଭ ହୋଇଛି ସଚେତନତା କାର୍ଯ୍ୟକ୍ରମ। ଜନସାଧାରଣଙ୍କୁ ସାଇବର ଠକେଇରୁ ସୁରକ୍ଷା ଦେବାକୁ ସାଇବର ସୁରକ୍ଷା ସମ୍ପର୍କିତ ସଚେତନତାକୁ ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାରା ରାଜ୍ୟରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି ସଚେତନତା ଆଣିବା ଉପରେ ଗୁରୁତ୍ୱ ଦେଇ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରଖିବା ପାଇଁ ଅକ୍ଟୋବର ଦୁଇ ଗାନ୍ଧୀ ଜୟନ୍ତୀ ରୁ ଯାଜପୁର ଜିଲ୍ଲା ମୁଖ୍ୟ କାର୍ଯ୍ୟଳୟରେ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଏହି ସୁରକ୍ଷା ରଥକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତ ରାୟ, କୋରେଇ ବିଧାୟକ ଆଶୋକ ବଳ, ଜିଲାପରିଷଦ ଅଧ୍ୟକ୍ଷା, ଯାଜପୁର ପୌରପାଳିକାର ଅଧ୍ୟକ୍ଷା ରଞ୍ଜୁଲତା ହୋତା, ଉପାଧ୍ୟକ୍ଷ ସନ୍ତୋଷ ମଳିକ ସହିତ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଏସ ପି ଭିନିତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ । ଏହି ରଥ ଜିଲାର ଦଶ ଟି ବ୍ଲକ,ଦୁଇଟି ପୌରପାଳିକା ଓ ବାଇଶି ଗୋଟି ଥାନା ଅଧୀନ ଅଞ୍ଚଳରେ ପରିକ୍ରମା କରି ଲୋକଙ୍କୁ ସଚେତନ କରିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login