ନୂଆଦିଲ୍ଲୀ : ସାଉଦି ଆରବ ଗସ୍ତ ଅଧାରୁ ଭାରତ ଫେରିଲେ ପ୍ରଧାନମନ୍ତ୍ରୀ । ନୂଆଦିଲ୍ଲୀରେ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆତଙ୍କୀ ହମଲା ଯୋଗୁଁ ଗସ୍ତ ଅଧାରୁ ଫେରିଆସିଲେ । ୨ ଦିନିଆ ସାଉଦି ଆରବ ଗସ୍ତରେ ଯାଇଥିଲେ ପିଏମ । ଭାରତ ଫେରିବା ସମରେ ମୋଦିଙ୍କ ବିମାନ ପାକିସ୍ତାନ ଏୟାରସ୍ପେସକୁ ବ୍ୟବହାର କରିନଥିଲେ । ମୋଦିଙ୍କ ବିମାନ ଭାରତ ଫେରୁଥିବା ବେଳେ ପାକିସ୍ତାନର ଏୟାରସ୍ପେସକୁ ନ ଯାଇ ଅନ୍ୟ ବିକଳ୍ପ ବାଟ ଦେଇ ଦିଲ୍ଲୀରେ ପହଞ୍ଚିଥିଲେ ।
ପ୍ରଧାନମନ୍ତ୍ରୀ ମୋଦି ଦୁଇଦିନିଆ ସାଉଦି ଆରବ ଗ୍ରସ୍ତରେ ଯାଇଥିଲେ । ଏଠାରେ ସାଉଦିର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ସହିତ ବୈଠକ କରିବାର ଥିଲା । ସାଉଦି ଆରବରେ ମୋଦିଙ୍କୁ ଭବ୍ୟ ସ୍ବାଗତ ମଧ୍ୟ କରାଯାଇଥିଲା । କିନ୍ତୁ ପହଲଗାମ ଆତଙ୍କୀ ଆକ୍ରମଣ ପରେ ମୋଦି ଗସ୍ତ ଅଧାରୁ ଫେରି ଆସିଥିଲେ ।
ପହଲଗାମ ଆତଙ୍କୀ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ମୋଦି ସାଉଦି ଆରବରୁ ଫେରିଆସି ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିଥିଲେ । ଦିଲ୍ଲୀରେ ପହଂଚି ସ୍ଥିତି ସମୀକ୍ଷା କରିଛନ୍ତି। ଦିଲ୍ଲୀ ଏୟାରପୋର୍ଟରେ ପ୍ରଥମ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଠକରେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, NSA ଅଜିତ ଡୋଭାଲ, ବୈଦେଶିକ ସଚିବ ବିକ୍ରମ ମିଶ୍ରି ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ଆଜି ସୁରକ୍ଷା ସଂପର୍କିତ କ୍ୟାବିନେଟ ବୈଠକରେ ଏ ସଂପର୍କରେ ମଧ୍ୟ ଆଲୋଚନା ହେବ । ଏଥିରେ ପ୍ରଧାନମନ୍ତ୍ରୀ ମୋଦି ଅଧ୍ୟକ୍ଷତା କରିବେ ।
ସାଉଦି ଆରବ ଗସ୍ତ ଅଧାରୁ ଭାରତ ଫେରିଲେ ପ୍ରଧାନମନ୍ତ୍ରୀ, ଫେରିବା ବେଳେ ପାକିସ୍ତାନ ଏୟାରସ୍ପେସକୁ ବ୍ୟବହାର କରିନଥିଲେ ମୋଦି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











