The Ultimate Managed Hosting Platform
ADVERTISEMENT

ସାଢେ ୮ଟାରେ ଭୁବନେଶ୍ୱର ୩୨.୨ ଡିଗ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ଅସହ୍ୟ ଗରମ । ସକାଳୁ ଟପିଲାଣି ୩୨ ଡିଗ୍ରୀ । ସକାଳ ସାଢେ ୮ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୨.୨ ଡିଗ୍ରୀ । ଆଦ୍ରତା ୭୭ ପ୍ରତିଶତ ଥିବାରୁ ରାଜଧାନୀରେ ପ୍ରବଳ ଗୁଳୁଗୁଳି ଅନୁଭୂତି ।
ଜୁନ୍ ୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଜାରି ରହିବ ଖରା ବର୍ଷାର ଲୁଚକାଳି ଖେଳ । ଉପାନ୍ତରୁ ଉପକୂଳ ସବୁଠି ଏଭଳି ପାଗ ଜାରି ରହିବ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ରହିବ । ବାକି ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ସବୁ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜି ଘଡଘଡି ବିଜୁଳି ସହ ବର୍ଷା ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୩ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଉପକୂଳ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login