ଭୁବନେଶ୍ୱର : ବାପୁଜୀ ନଗରରେ ଭଡାରେ ରହୁଥିଲେ ମୃତ ସାମ୍ବାଦିକା ମଧୁମିତା ପରିଡା । ସେ ଏକ ଓ୍ବେବ ଚ୍ୟାନେଲରେ କାମ କରୁଥିଲେ। ବିବାହ ପରେ ବାପୁଜୀନଗରରେ ସ୍ୱାମୀଙ୍କ ସହ ଭଡ଼ାରେ ରହୁଥିଲେ । ତାଙ୍କ ସ୍ବାମୀଙ୍କର ପରକୀୟା ପ୍ରୀତି ଥିଲା ବୋଲି ଅଭିଯୋଗ କରିଛନ୍ତି ମଧୁମିତା । ସ୍ବାମୀ ତାଙ୍କୁ ଧୋକା ଦେବା ସହ ଦୀର୍ଘଦିନ ହେଲା ନିର୍ୟାତନା ଦେଉଥିଲେ । ଶେଷରେ ସହିନପାରି ସେ ଜୀବନ ହାରିଥିବା ଅଭିଯୋଗ ହୋଇଛି । ଗତକାଲି ବାପୁଜୀନଗର ଟ୍ରେନ୍ ଲାଇନରୁ ଉଦ୍ଧାର ହେଲା ଖଣ୍ଡ ବିଖଣ୍ଡିତ ମୃତଦେହ । ତେବେ ମୃତ୍ୟୁ ପୂର୍ବରୁ ଏକ ଭିଡିଓରେ ସେ ସାଂଘାତିକ ଅଭିଯୋଗ ଆଣିଛନ୍ତି । ଜୀବନ ହାରିବା ପୂର୍ବରୁ ତାଙ୍କ ସହ ଘଟିଥିବା ଘଟଣା ସମ୍ପର୍କରେ ଭିଡିଓରେ କହିଛନ୍ତି ମଧୁମିତା । ଯାହାକି ଏବେ ଭାଇରାଲ ହେଉଛି । ଆତ୍ମହତ୍ୟା ପୂର୍ବରୁ ସେ ନିଜ ମା’ ଓ ପରିବାରକୁ କ୍ଷମା ମାଗିଛନ୍ତି । ଭିଡିଓ କରିବା ପରେ ଟ୍ରେନ ଆଗକୁ ଡେଇଁ ସାମ୍ବାଦିକା ଜଣଙ୍କ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ମଧୁମିତାଙ୍କ ଘର ହୋଇଥିବା ବେଳେ, ଗଞ୍ଜାମ ଜିଲ୍ଲା ତରଡ଼ାରେ ସେ ବିବାହ କରିଥିଲେ । ତେବେ ମଧୁମିତାଙ୍କୁ ବିବାହ ପୂର୍ବରୁ ତାଙ୍କ ସ୍ବାମୀ ଅନ୍ୟ ଜଣେ ଯୁବତୀଙ୍କ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀକୁ ଛାଡପତ୍ର ଦେବା ପରେ ମଧୁମିତାଙ୍କୁ ଦ୍ବିତୀୟ ବିବାହ କରିଥିଲେ ତାଙ୍କ ସ୍ବାମୀ। କ୍ୟାପିଟାଲ ଥାନା ଓ ଜିଆରପି ଘଟଣାର ତଦନ୍ତ ଜାରି ରଖିଛନ୍ତି । ସୂଚନା ଅନୁସାରେ, ମଧୁମିତା କିଛି ଦିନ ହେବ ବିବାହ କରିଥିଲେ । ୫ ବର୍ଷ ସମ୍ପର୍କରେ ରହିବା ପରେ ଏହି ବିବାହ ହୋଇଥିଲା । ଆତ୍ମହତ୍ୟା ପୂର୍ବରୁ ମଧୁମିତା ଭିଡିଓ କରି ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଭିଡିଓରେ ସେ ସମସ୍ତଙ୍କୁ କ୍ଷମା ମାଗିଛନ୍ତି । ବିବାହ ପରେ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିଥିବା ସେ ଭିଡିଓରେ କହିଛନ୍ତି । ଘଟଣାସ୍ଥଳରେ ମଧୁମିତାଙ୍କ ପରିବାର ଓ ମଧୁମିତାଙ୍କ ସ୍ୱାମୀ ପହଞ୍ଚିଥିଲେ । ତେବେ ମଧୁମିତାଙ୍କ ସ୍ୱାମୀ ଓ ଦେଢଶୂର ଥାନାରେ ଅଟକ ଅଛନ୍ତି । ଭୁବନେଶ୍ୱର ଜିଆରପି ଥାନାରେ ଉଭୟଙ୍କୁ ଅଟକ ରଖି ଘଟଣାସମ୍ପର୍କରେ ଅଧିକ ପଚରାଉଚରା ଚାଲିଛି । ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ତଦନ୍ତ କରୁଛି ଜିଆରପି ପୋଲିସ ।
ସାମ୍ବାଦିକାଙ୍କ ମୃତ୍ୟୁ ଘଟଣା ; ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











