ଭୁବନେଶ୍ୱର : ସିଡିଓ ଓ ବିଡିଓ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ଚେତାବନୀ । ସେକାଳ ପଖାଳ ଆଉ ନାହିଁ , ଆପଣଙ୍କୁ ଯଥେଷ୍ଟା କ୍ଷମତା ଦିଆଯାଇଛି । କାହା ଚାପରେ କାମ କରିବେନି , ଲୋକଙ୍କ କାମ କରିବେ । ମୋ ଛୋଟ ବ୍ରେନରେ ସବୁ ସେଭ ହୋଇ ରହିଛି । ଯଦି ପୁରୁଣା ଅଭ୍ୟାସ ରଖିବେ କିଏ କ୍ଷମା ଦେବ ଆପଣଙ୍କୁ । ମୁଁ କ୍ଷମା ଦେବନି , ଆମ ଲାଇନରେ ସେଟଅପ ହେବାକୁ ପଡିବ । ମୁଁ ଆଦିବାସୀ ଲୋକ , ମୋ ସରଳତାକୁ ଦୁର୍ବଳତା ଭାବନ୍ତୁ ନାହିଁ । ଜିଲ୍ଲାପାଳଙ୍କ ଜରିଆରେ ବିଡିଓଙ୍କ ରିମୋର୍ଟ କାର୍ଡ ମଗାଯିବ । ବିଧାୟକ ଅଭିଯୋଗ କରୁଛନ୍ତି ବିଡିଓ ଆମ କଥା ଶୁଣୁ ନାହାନ୍ତି । ଆଶା କରୁଛି ଏହାକୁ ସୁଧାରି ନେବେ ।
“କିଛି ବିଡିଓ ମୋ ସହ ଭଲ ସମ୍ପର୍କ ରଖିନାହାନ୍ତି । ଭିଡିଓ କନଫରେନ୍ସରେ ମୋ ଭାଷଣ ଆସିଲେ, ଟିଭି ବନ୍ଦ କରିଦେଉଛନ୍ତି । ଲୋକଙ୍କୁ ପଳାଇବାକୁ କହୁଛନ୍ତି । ଏହାପରେ ପରିସ୍ଥିତି କଣ ହେବ ଆପଣମାନେ ଜାଣିଛନ୍ତି । ମୁଖ୍ୟମନ୍ତ୍ରୀ ଭିସିରେ ଭାଷଣ ଦେଉଥିବା ସମୟରେ ଟିଭି ବନ୍ଦ କରିଦେବାକୁ ମୁଁ କ୍ଷମା ଦେବିନି । ମୁଁ ଆଦିବାସୀ, ତଳୁ ଆସିଛି, ମୋ ସରଳତା ମୋ ଦୁର୍ବଳତା ନୁହେଁ । ମୁଁ ହାର୍ଡ ନିଷ୍ପତ୍ତି ବି ନେଇପାରେ”, ଗୁରୁବାର ଏଭଳି କିଛି କଥା କହିବା ସହିତ ବିଡିଓଙ୍କୁ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସିଡିଓ ଓ ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











