The Ultimate Managed Hosting Platform
ADVERTISEMENT

ସିବଏସ୍ଇ ଦଶମ ପରୀକ୍ଷାରେ ଉମରକୋଟ ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଅଭିଲିସା ଜିଲ୍ଲା ଟପର

Facebook
Twitter
LinkedIn

ଉମରକୋଟ (ବିଶ୍ୱଜିତ ମଲ୍ଲିକ): ଉମରକୋଟ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟକୁ ସିବିଏସଇ ପକ୍ଷରୁ ଦଶମ ପରୀକ୍ଷା ଫଳରେ ସଫଳତା ମିଳିଛି। ଏହି ବିଦ୍ୟାଳୟର ଚଳିତ ବର୍ଷ ଦଶମ ଶ୍ରେଣୀର ଛାତ୍ରୀ ଅଭିଲିସା ପାଢୀ ୯୭.୮ ପ୍ରତିଶତ ମାର୍କ ରଖି A1 ଗ୍ରେଡ ରେ ପାସ ହୋଇ ନବରଙ୍ଗପୁର ଜିଲ୍ଲା ଟପର ହୋଇଛନ୍ତି। ଅଭିଲିସା ଭବିଷ୍ୟତରେ ଡାକ୍ତର ହୋଇ ରୋଗୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଲକ୍ଷ୍ୟ ରଖିଥିବା ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ଅଭିଲିସା ଜଣେ ଉତ୍ତମ ଛାତ୍ରୀ ହୋଇଥିବା ବେଳେ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ବିଦ୍ୟାଳୟକୁ ଗୈାରବ ମଣ୍ତିତ କରିଛନ୍ତି ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ମତ ଦେଇଛନ୍ତି। ତାଙ୍କର ଏହି ସଫଳତା ପାଇଁ ସେ ମାତା ପିତାଙ୍କ ସହ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ମନକୁ ଶ୍ରେୟ ଦେଇଛନ୍ତି । ଅଭିଲିସାଙ୍କ ବାପା ସୁନୀଲ ପାଢି ଉମରକୋଟ ବ୍ଳକ କପେନା ପଞ୍ଚାୟତ ଅନ୍ତର୍ଗତ କେଶରୀବେଡା ଆଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ୟ୍ୟରତ ଥିବା ବେଳେ ମାତା ଜଲି ମହାପାତ୍ର ସୁନାବେଡା ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଟନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login