The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସିମବକ୍ସ ଲିଙ୍କ : ୨ ଦିନିଆ ରିମାଣ୍ଡରେ ଅଭିଯୁକ୍ତ ରାଜୁ

Facebook
Twitter
LinkedIn

ଭୁବନେଶ୍ଵର: ଭୁବନେଶ୍ଵର, କଟକ ପରେ ଝାଡ଼ଖଣ୍ଡରୁ ସିମବକ୍ସ ଉଦ୍ଧାର ଘଟଣା। ମାମଲାରେ ଅଭିଯୁକ୍ତ ରାଜୁ ମଣ୍ଡଳକୁ ପୁଣିଥରେ ୨ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଦ୍ୱିତୀୟ ଥର ପାଇଁ ରିମାଣ୍ଡରେ ଆସିଲା ଅଭିଯୁକ୍ତ ରାଜୁ ମଣ୍ଡଳ। ୭ ଦିନ ପାଇଁ ରିମାଣ୍ଡରେ ଆଣିବାକୁ ଲକ୍ଷ୍ମୀସାଗର ଥାନା ପୋଲିସ କୋର୍ଟରେ ଆବେଦନ କରିଥିବାବେଳେ ୨ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମିଳିଛି। ଆଜି ଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ରିମାଣ୍ଡ। ରିମାଣ୍ଡ ଅବଧି ବେଳେ ମୁଖ୍ୟ ଅଭିଯୁକ୍ତ ଅସାଦୁର ଜମାନ ନେଇ ଅଧିକ ପଚରାଉଚରା ହେବ। ଢାକାରେ ରହି ଆସାଦୁର କିଭଳି ଭୁବନେଶ୍ୱର, କଟକ ଓ ରାଞ୍ଚିରେ ନିଜର ସିଣ୍ଡିକେଟ ଚଳାଇଥିଲା ? କିଏ ତା ପାଇଁ ପଇସା ଖର୍ଚ୍ଚ କରୁଥିଲା ? ଆର୍ଥିକ କାରବାର ପଛରେ ଆଉ କାହାର ହାତ ଅଛି କି ? ସିମବକ୍ସ ଜରିଆରେ ପାକିସ୍ତାନ ଓ ଚାଇନାର କାହା ପାଖକୁ ଯାଉଥିଲା କଲ ? କଣ ଏହି ସ୍ମାର୍ଟ ସୁଇଚ ? ସିମ ବକ୍ସ ରୁ ଯାଉଥିଲା କି ବିଦେଶରେ ରହୁଥିବା ଅଣ୍ଡରୱାର୍ଲଡ଼ ଡନ ଙ୍କୁ କଲ ? ଏ ସବୁ କଥା ଜାଣିବା ପାଇଁ ରାଜୁକୁ ଅଧିକ ପଚରାଉଚରା କରାଯିବ। ଆବଶ୍ୟକ ସ୍ଥଳେ ସିବିଆଇ ଓ ଇଣ୍ଟରପୋଲ ତଦନ୍ତରେ ସହଯୋଗ କରିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login