ଭୁବନେଶ୍ଵର: ଭୁବନେଶ୍ଵର, କଟକ ପରେ ଝାଡ଼ଖଣ୍ଡରୁ ସିମବକ୍ସ ଉଦ୍ଧାର ଘଟଣା। ମାମଲାରେ ଅଭିଯୁକ୍ତ ରାଜୁ ମଣ୍ଡଳକୁ ପୁଣିଥରେ ୨ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଦ୍ୱିତୀୟ ଥର ପାଇଁ ରିମାଣ୍ଡରେ ଆସିଲା ଅଭିଯୁକ୍ତ ରାଜୁ ମଣ୍ଡଳ। ୭ ଦିନ ପାଇଁ ରିମାଣ୍ଡରେ ଆଣିବାକୁ ଲକ୍ଷ୍ମୀସାଗର ଥାନା ପୋଲିସ କୋର୍ଟରେ ଆବେଦନ କରିଥିବାବେଳେ ୨ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମିଳିଛି। ଆଜି ଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ରିମାଣ୍ଡ। ରିମାଣ୍ଡ ଅବଧି ବେଳେ ମୁଖ୍ୟ ଅଭିଯୁକ୍ତ ଅସାଦୁର ଜମାନ ନେଇ ଅଧିକ ପଚରାଉଚରା ହେବ। ଢାକାରେ ରହି ଆସାଦୁର କିଭଳି ଭୁବନେଶ୍ୱର, କଟକ ଓ ରାଞ୍ଚିରେ ନିଜର ସିଣ୍ଡିକେଟ ଚଳାଇଥିଲା ? କିଏ ତା ପାଇଁ ପଇସା ଖର୍ଚ୍ଚ କରୁଥିଲା ? ଆର୍ଥିକ କାରବାର ପଛରେ ଆଉ କାହାର ହାତ ଅଛି କି ? ସିମବକ୍ସ ଜରିଆରେ ପାକିସ୍ତାନ ଓ ଚାଇନାର କାହା ପାଖକୁ ଯାଉଥିଲା କଲ ? କଣ ଏହି ସ୍ମାର୍ଟ ସୁଇଚ ? ସିମ ବକ୍ସ ରୁ ଯାଉଥିଲା କି ବିଦେଶରେ ରହୁଥିବା ଅଣ୍ଡରୱାର୍ଲଡ଼ ଡନ ଙ୍କୁ କଲ ? ଏ ସବୁ କଥା ଜାଣିବା ପାଇଁ ରାଜୁକୁ ଅଧିକ ପଚରାଉଚରା କରାଯିବ। ଆବଶ୍ୟକ ସ୍ଥଳେ ସିବିଆଇ ଓ ଇଣ୍ଟରପୋଲ ତଦନ୍ତରେ ସହଯୋଗ କରିବ।
ସିମବକ୍ସ ଲିଙ୍କ : ୨ ଦିନିଆ ରିମାଣ୍ଡରେ ଅଭିଯୁକ୍ତ ରାଜୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











