ଭୁବନେଶ୍ୱର : ପଡ଼ୋଶୀ ୪ ରାଜ୍ୟ ସହିତ ରାଜ୍ୟ ୧୪ଟି ଜିଲ୍ଲାର ଆନ୍ତଃ-ରାଜ୍ୟ ସୀମା ବିବାଦ ଲାଗି ରହିଛି ବୋଲି ଆଜି ଗୃହରେ ଉତ୍ତର ରଖି କହିଛନ୍ତି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟ ସହ ଓଡ଼ିଶାର ୧୪ଟି ଜିଲ୍ଲାର ଆନ୍ତଃ ରାଜ୍ୟ ସୀମା ସଂଲଗ୍ନ ଅଛି। ଯାହାକୁ ନେଇ ବିବାଦ ଲାଗି ରହିଛି। ତେବେ କୋଟିଆ ଗ୍ରାମପୁଞ୍ଜକୁ ଛାଡ଼ିଦେଲେ ଅନ୍ୟ କେଉଁ ସ୍ଥାନରେ ବିବାଦ ସେତେ ବଡ଼ ଧରଣର ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟୋକ୍ତି ରଖିଛନ୍ତି । ଆନ୍ତଃ ରାଜ୍ୟ ସୀମା ବିବାଦର ସମାଧାନ ଓ ଅନୁପ୍ରବେଶ ରୋକିବାକୁ ସରକାର କି କି ପଦକ୍ଷେପ ନେଉଛନ୍ତି। ଆଉ କେଉଁ କେଉଁ ସୀମାନ୍ତ ରାଜ୍ୟ ସହ କେତୋଟି ବିବାଦ ରହିଛି? ଏହାର ଉତ୍ତର ଦେଇ ମନ୍ତ୍ରୀ ଏହି ସମ୍ପର୍କରେ ସୂଚନା ଦେଇଥିଲେ। ମନ୍ତ୍ରୀଙ୍କ ସୂଚନା ମୁତାବକ, କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମପୁଞ୍ଜକୁ ନେଇ ଆନ୍ଧ୍ରପ୍ରଦେଶ ସହିତ ୧୯୬୮ ମସିହାରୁ ସୀମା ବିବାଦ ରହିଛି। ଏନେଇ ଓଡ଼ିଶା ସରକାର ଆନ୍ଧ୍ର ସରାକରଙ୍କ ବିରୋଧରେ ସୁପ୍ରିମକୋର୍ଟରେ ମାମଲା ଦାୟର କରିଛନ୍ତି। ତେବେ ଏହି ମାମଲାକୁ ଖାରଜ କରିବା ସହ ଆଲୋଚନା ମାଧ୍ୟମରେ ଏହାର ଫଇସଲା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି ବୋଲି ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ।
ସୀମା ବିବାଦରେ ଛନ୍ଦି ହୋଇଛି ଓଡିଶା , ୪ ପଡୋଶୀ ରାଜ୍ୟ ସହ ୧୪ଟି ଜିଲ୍ଲାର ସୀମା ବିବାଦ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...