ଭୁବନେଶ୍ୱର : ପଡ଼ୋଶୀ ୪ ରାଜ୍ୟ ସହିତ ରାଜ୍ୟ ୧୪ଟି ଜିଲ୍ଲାର ଆନ୍ତଃ-ରାଜ୍ୟ ସୀମା ବିବାଦ ଲାଗି ରହିଛି ବୋଲି ଆଜି ଗୃହରେ ଉତ୍ତର ରଖି କହିଛନ୍ତି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟ ସହ ଓଡ଼ିଶାର ୧୪ଟି ଜିଲ୍ଲାର ଆନ୍ତଃ ରାଜ୍ୟ ସୀମା ସଂଲଗ୍ନ ଅଛି। ଯାହାକୁ ନେଇ ବିବାଦ ଲାଗି ରହିଛି। ତେବେ କୋଟିଆ ଗ୍ରାମପୁଞ୍ଜକୁ ଛାଡ଼ିଦେଲେ ଅନ୍ୟ କେଉଁ ସ୍ଥାନରେ ବିବାଦ ସେତେ ବଡ଼ ଧରଣର ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟୋକ୍ତି ରଖିଛନ୍ତି । ଆନ୍ତଃ ରାଜ୍ୟ ସୀମା ବିବାଦର ସମାଧାନ ଓ ଅନୁପ୍ରବେଶ ରୋକିବାକୁ ସରକାର କି କି ପଦକ୍ଷେପ ନେଉଛନ୍ତି। ଆଉ କେଉଁ କେଉଁ ସୀମାନ୍ତ ରାଜ୍ୟ ସହ କେତୋଟି ବିବାଦ ରହିଛି? ଏହାର ଉତ୍ତର ଦେଇ ମନ୍ତ୍ରୀ ଏହି ସମ୍ପର୍କରେ ସୂଚନା ଦେଇଥିଲେ। ମନ୍ତ୍ରୀଙ୍କ ସୂଚନା ମୁତାବକ, କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମପୁଞ୍ଜକୁ ନେଇ ଆନ୍ଧ୍ରପ୍ରଦେଶ ସହିତ ୧୯୬୮ ମସିହାରୁ ସୀମା ବିବାଦ ରହିଛି। ଏନେଇ ଓଡ଼ିଶା ସରକାର ଆନ୍ଧ୍ର ସରାକରଙ୍କ ବିରୋଧରେ ସୁପ୍ରିମକୋର୍ଟରେ ମାମଲା ଦାୟର କରିଛନ୍ତି। ତେବେ ଏହି ମାମଲାକୁ ଖାରଜ କରିବା ସହ ଆଲୋଚନା ମାଧ୍ୟମରେ ଏହାର ଫଇସଲା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି ବୋଲି ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ।
ସୀମା ବିବାଦରେ ଛନ୍ଦି ହୋଇଛି ଓଡିଶା , ୪ ପଡୋଶୀ ରାଜ୍ୟ ସହ ୧୪ଟି ଜିଲ୍ଲାର ସୀମା ବିବାଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











