The Ultimate Managed Hosting Platform
ADVERTISEMENT

ସୁଧୁରୁନି ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା

Facebook
Twitter
LinkedIn

ଭୁବନେଶ୍ୱର : ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା ସୁଧାର ଆସୁନି । ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଲେ ଏମସ ନିଦେ୍ର୍ଦଶକ ଆଶୁତୋଷ ବିଶ୍ୱାସ । କ୍ରିଟିକାଲ ଭେଣ୍ଟିଲେଟର ସହ ଯୋଗରେ ଅଛନ୍ତି ଅଭିଜିତ ମଜୁମଦାର । ସ୍ୱତନ୍ତ୍ର ଡାକ୍ତରୀ ଟିମ ଦ୍ୱାରା ଚିକିତ୍ସା ଚାଲିଛି, ଉନ୍ନତି ଆସିନି । ସୂଚନାଯୋଗ୍ୟ, ପ୍ରାୟ ୧୦ ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରୁ ଏମ୍ସକୁ ସ୍ଥାନାନ୍ତର ହୋଇଥିଲେ ଅଭିଜିତ ମଜୁମଦାର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ । ସେଠାରେ ତାଙ୍କର ଶରୀରରେ ସୋଡ଼ିୟମ ଲେଭଲ୍ କମିଯିବାରୁ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା । ଏହାପରେ ତାଙ୍କୁ ସିଡିଏ ସ୍ଥିତ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଏମସରେ ଚିକିତ୍ସିତ ହେଉଥିବା ଅଭିଜିତଙ୍କ ସହ ତାଙ୍କ ପରିବାର ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login