ଭୁବନେଶ୍ୱର : ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା ସୁଧାର ଆସୁନି । ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଲେ ଏମସ ନିଦେ୍ର୍ଦଶକ ଆଶୁତୋଷ ବିଶ୍ୱାସ । କ୍ରିଟିକାଲ ଭେଣ୍ଟିଲେଟର ସହ ଯୋଗରେ ଅଛନ୍ତି ଅଭିଜିତ ମଜୁମଦାର । ସ୍ୱତନ୍ତ୍ର ଡାକ୍ତରୀ ଟିମ ଦ୍ୱାରା ଚିକିତ୍ସା ଚାଲିଛି, ଉନ୍ନତି ଆସିନି । ସୂଚନାଯୋଗ୍ୟ, ପ୍ରାୟ ୧୦ ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରୁ ଏମ୍ସକୁ ସ୍ଥାନାନ୍ତର ହୋଇଥିଲେ ଅଭିଜିତ ମଜୁମଦାର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ । ସେଠାରେ ତାଙ୍କର ଶରୀରରେ ସୋଡ଼ିୟମ ଲେଭଲ୍ କମିଯିବାରୁ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା । ଏହାପରେ ତାଙ୍କୁ ସିଡିଏ ସ୍ଥିତ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଏମସରେ ଚିକିତ୍ସିତ ହେଉଥିବା ଅଭିଜିତଙ୍କ ସହ ତାଙ୍କ ପରିବାର ଅଛନ୍ତି ।
ସୁଧୁରୁନି ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











