The Ultimate Managed Hosting Platform
ADVERTISEMENT

ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି

Facebook
Twitter
LinkedIn

ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର ମାସର ୬ରୁ ୧୧ ତାରିଖ ମଧ୍ୟରେ ରୁପା ଦାମ୍ରେ ୧୯ ହଜାର ଟଙ୍କାର ବୃଦ୍ଧି ହୋଇଛି । ଫଳରେ ରୁପା କେଜି ୧,୯୦,୦୦୦ ଟଙ୍କା ଭଳି ରେକର୍ଡ ସ୍ତରରେ ପହଞ୍ଚିଯାଇଛି । ସୁନା ବି ମହଙ୍ଗା ହୋଇଛି । ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ପିଛା ଦାମ୍ ୫୬୦୦ ଟଙ୍କା ଓ ୨୪ କ୍ୟାରେଟ୍ ସୁନା ଦାମ୍ ୬୧୨୦ ଟଙ୍କା ବଢ଼ିଛି । ଧନତେରାସ ପୂର୍ବରୁ ଏଭଳି ଦରବୃଦ୍ଧି ଗ୍ରାହକଙ୍କ ପକେଟ ଉପରେ ପ୍ରଭାବ ପକାଇଛି । ଟ୍ରମ୍ପଙ୍କ ଟାରିଫ୍ ନୀତି ସହ ରାଜନୈତିକ ସଙ୍କଟକୁ ଏଥିପାଇଁ ଦାୟୀ କରିଛନ୍ତି ବଜାର ବିଶେଷଜ୍ଞ । ବିଶେଷଜ୍ଞମାନଙ୍କ କହିବାନୁସାରେ ଆମେରିକୀୟ ଡଲାର ତୁଳନାରେ ଟଙ୍କା ଦୁର୍ବଳ ସ୍ଥିତିରେ ଥିବାରୁ ସୁନା ଆମଦାନୀ ମହଙ୍ଗା ହୋଇଛି। ଅନ୍ତର୍ଜାତୀୟ ବଜାରରେ ମଧ୍ୟ ସୁନାର ଆଉନ୍ସ ପିଛା ଦର ପ୍ରଥମ ଥର ୪୦୦୦ ଡଲାରରୁ ଅଧିକ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ନୀତିରେ ଅନିଶ୍ଚିତତା, ଭୂରାଜନୈତିକ ସଙ୍କଟ ଆଦିକୁ ମଧ୍ୟ ସୁନା ଓ ରୁପା ଦରବୃଦ୍ଧିର ଅନ୍ୟତମ କାରଣ କୁହାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login