The Ultimate Managed Hosting Platform
ADVERTISEMENT

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ଆତଙ୍କୀ ନିପାତ

Facebook
Twitter
LinkedIn

ଜମ୍ମୁ : ଜମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାର ଅରିହାଲରେ ଗତକାଲି ବିଲମ୍ବିତ ରାତିରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୁଇନ୍ଦା ସୂଚନା ଆଧାରରେ ଭାରତୀୟ ସେନା ଏବଂ ଜମ୍ମୁ-କାଶ୍ମୀର ପୋଲିସ ଦ୍ୱାରା ଏକ ମିଳିତ ଅପରେସନ ଆରମ୍ଭ କରାଯାଇଥିଲା।ଅଧିକାରୀଙ୍କ ସୂଚନା ମୁତାବକ, ନିହତ ଆତଙ୍କବାଦୀ ହେଲେ, ଲସ୍କର-ଏ-ତୋଏବାର, ଯିଏ ନିକଟରେ ଆତଙ୍କୀ ସଙ୍ଗଠନରେ ସାମିଲ ହୋଇଥିଲେ। ପୋଲିସ କହିଛି, ଆତଙ୍କବାଦୀଙ୍କ ବିରୋଧରେ ଅପରେସନ ଏବେ ବି ଜାରି ରହିଛି। ସେନା ଏବଂ ସିଆର୍ପିଏଫ୍ର ଏକ ମିଳିତ ଟିମ୍ ଅଞ୍ଚଳରେ ସର୍ଚ୍ଚ ଅପରେସନ ଚଳାଇଛନ୍ତି। ସନ୍ଦିଗ୍ଧ ସ୍ଥାନରେ ଲୁଚିଥିବା ଆତଙ୍କବାଦୀମାନେ ସୁରକ୍ଷାବାହିନୀ ଉପରେ ପ୍ରଥମେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହାର ଜବାବୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଯବାନମାନେ ଜଣେ ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ସୂଚନା ମୁତାବକ, ଜଣେ ଆତଙ୍କୀଙ୍କୁ ନିପାତ କରିବା ସହ ଯବାନମାନେ ଆତଙ୍କବାଦୀଙ୍କ ଅସ୍ତ୍ରଶସ୍ତ୍ର ଏବଂ ଠିକଣାକୁ ମଧ୍ୟ ନଷ୍ଟ କରି ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login