The Ultimate Managed Hosting Platform
ADVERTISEMENT

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା ପରେ ଡିସଚାର୍ଜ କରାଯାଇଛି । ଜୁନ ୨୨ରେ ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା । ଏବେ ନିୟମିତ ଫିଜିଓଥେରାପି କରିବାକୁ ପଡ଼ିବ । ଡିସଚାର୍ଜ ପରେ ନିୟମିତ ଫିଜିଓଥେରାପି କରିବାକୁ ପଡ଼ିବ ବୋଲି ପୂର୍ବରୁ କହିଥିଲେ ଡାକ୍ତର ରମାକାନ୍ତ ପଣ୍ଡା। ଆଉ କିଛି ଦିନ ମୁମ୍ବାଇରେ ରହିବେ ନବୀନ । ମୋଟ ୪ ଘଣ୍ଟାର ଅପରେସନ ଥିଲା । ମୁଖ୍ୟ ଅପରେସନ ୨ ଘଣ୍ଟାରୁ କମ୍ ଥିଲା । ଅପରେସନ ସଫଳ ହୋଇଥିବା କହିଥିଲେ ଡାକ୍ତର। ପରେ ସେ ଦ୍ରୁତ ଆରୋଗ୍ୟ ଲାଭ କରୁଥିବା ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ କହିଥିଲେ। ଜୁନ ୨୫ରେ ଆଇସିୟୁରୁ ରୁମକୁ ସିଫଟ ହୋଇଥିଲେ ନବୀନ। ରଥଯାତ୍ରା ଦିନ ନବୀନ ଟିଭିରେ ରଥଯାତ୍ରା ଦେଖୁଥିବାର ଭିିଡିଓ ମଧ୍ୟ ଆସିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login