ଜଗତସିଂହପୁର : ଜଗତସିଂହପୁର ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଜିଲ୍ଲା ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ସୂଚନା, ଶିକ୍ଷା ଓ ଯୋଗାଯୋଗ ସମ୍ପର୍କରେ ଏକଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ମୁଖ୍ୟ ଅତିଥିଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ, ଶ୍ରୀମତୀ ଅତସୀ ଦାସ ଯୋଗଦେଇ ଲୋକକଳା ମାଧ୍ୟମରେ ସରକାରଙ୍କର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକର ପ୍ରଚାର ଓ ପ୍ରସାର ନିମନ୍ତେ କଳାକାର ମାନଙ୍କୁ ପ୍ରୋତ୍ସାହିତ କରିଥିଲେ। ସେ କହିଥିଲେ ଯେ, ଜଗତସିଂହପୁର ମାଟି ହେଉଛି କଳା ଓ ସଂସ୍କୃତିର ପୃଷ୍ଠଭୂମି ।ତେଣୁ ଏହି ମାଟିର କଳାକାର ମାନେ ନିଜର ନିଖୁଣ କଳା ଚାତୁରୀ ମାଧ୍ୟମରେ, ତୃଣମୂଳ ସ୍ତରରେ, ସରକାରଙ୍କ ଯୋଜନା ଗୁଡିକୁ ସଫଳ ଭାବେ ପହଞ୍ଚାଇପାରିବେ।ମୁଖ୍ୟବକ୍ତା ଭାବେ ଯୋଗଦେଇ ଜିଲ୍ଲାର ବରିଷ୍ଠ ଶିକ୍ଷାବିତ୍ ଶ୍ରୀ ମହେନ୍ଦ୍ର କୁମାର ଆଚାର୍ୟ୍ୟ ଓଡିଶାର ଐତିହ୍ୟ, ପରମ୍ପରା ଏବଂ ଏହି ପରିପ୍ରେକ୍ଷୀରେ ଜଗତସିଂହପୁର ଜିଲ୍ଲାର ଭୂମିକା ବିଷୟରେ ଉପସ୍ଥାପନ କରିଥିଲେ। ଅନ୍ୟ ସମ୍ମାନିତ ଅତିଥି ଭାବେ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିର୍ମଳ କୁମାର ମହାନ୍ତି, ସହକାରୀ ଏଲ୍ ଡି ଏମ୍, ୟୁ କୋ ବ୍ୟାଙ୍କ, ସୁଶ୍ରୀ ଦମୟନ୍ତୀ ମୁର୍ମୁ ,ଜଗତସିଂହପୁର ବ୍ଲକ୍ କଳା ସଂସ୍କୃତି ସଂଘର ଉପ ସଭାପତି ଶ୍ରୀ ବନମାଳୀ ପତି ପ୍ରମୁଖ ଉପସ୍ଥିତ କଳାକାର ଏବଂ ବିଭାଗୀୟ ଅଧିକାରୀ ମାନଙ୍କୁ ଏହି କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ବୁଝାଇଥିଲେ।
ସୂଚନା ଶିକ୍ଷା ଓ ଯୋଗାଯୋଗ ସମ୍ପର୍କରେ ଜିଲ୍ଲା ସ୍ତରୀୟ ଏକ ଦିବସୀୟ କର୍ମଶାଳା

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...