ଠାଣେ: ମହାରଷ୍ଟ୍ର ଠାଣେରେ ଥିବା ସୂତା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ମଙ୍ଗଳବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ନେଇ ଖବର ନାହିଁ। ରିପୋର୍ଟ ମୁତାବକ, ଠାଣେର ଭିୱାଣ୍ଡି ଅଞ୍ଚଳରେ ଏହି ଘଟଣା ଘଟିଛି। ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ନିଆଁକୁ ଆୟତ୍ତ କରିଥିଲା।
ସେହିପରି ଠାଣେ ସହରରୁ ଆଉ ଏକ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଏଠାରେ ମଙ୍ଗଳବାର ରାତିରେ ଏକ ଆବାସୀୟ ବିଲ୍ଡିଂ ପରିସରସ୍ଥ ପାର୍କିଂସ୍ଥଳୀରେ ନିଆଁ ଲାଗିଯାଇଥିଲା, ଯେଉଁଥିରେ ୩ଟି କାର୍ ସମେତ ୧୬ଟି ଗାଡ଼ି ଜଳି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି। ସୂଚନା ମୁତାବକ, ମ୍ୟୁନିସିପାଲିଟି କର୍ପୋରେସନ୍ ମୁଖ୍ୟାଳୟ ନିକଟସ୍ଥ ଦୁଇ ମହଲା ପାର୍କିଂ କୋଠାର ଚ୧ ସ୍ତରରେ ଏହି ଘଟଣା ଘଟିଛି। ରାତି ପ୍ରାୟ ୧୨ଟା ୪୫ରେ ଏଠାରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ରାତି ୧ଟା ୩୦ ମିନିଟ୍ ସୁଦ୍ଧା ନିଆଁକୁ ଆୟତ୍ତ କରିଥିଲା।
ସୂତା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...