ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି । ଘନୀଭୂତ ହୋଇ ୨୪ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୧୭ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୩, ୧୪ ଏବଂ ୧୫ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ବିଜୁଳି, ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମତ୍ସ୍ୟଜୀବୀଙ୍କୁ ଆଜିଠୁ ୧୬ ତାରିଖ ଯାଏ ସମୁଦ୍ର ମନା ।
Views: 81











