ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ପାଶ୍ୱର୍ବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଆଜି ସକାଳୁ ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି। ମାଲକାନଗିରି ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Views: 91











