ପୁରୀ : ସେବା ନିବୃତ ଜଣେ ସିଂହାରୀ ସେବାୟତଙ୍କୁ ନେଇ ବିବାଦ । ସେବା ନିବୃତ ସତ୍ତ୍ୱେ ଶ୍ରୀମନ୍ଦିରରେ ସେବା କାର୍ଯ୍ୟରେ ନିୟୋଜିତକୁ ବିରୋଧ । ଅନ୍ୟ ସେବାୟତଙ୍କ ବିରୋଧ ଯୋଗୁଁ ଆଗକୁ ବଢୁନି ନୀତିକାନ୍ତି । ମଙ୍ଗଳ ଆଳତୀ ପରେ ଆଗକୁ ବଢିପାରୁନି ନୀତିକାନ୍ତି । ବିବାଦ ତୁଟାଇବାକୁ ଶ୍ରୀମନ୍ଦିରରେ ନୀତି ପ୍ରଶାସକ ଉପସ୍ଥିତି । ବିବାଦ ତୁଟାଇବାକୁ ଶ୍ରୀମନ୍ଦିରରେ ନୀତି ପ୍ରଶାସକ ଉପସ୍ଥିତ । ବିଭିନ୍ନ ନିଯୋଗଙ୍କ ସହ ନୀତି ପ୍ରଶାସକଙ୍କ ଆଲୋଚନା ଜାରି । ସେପଟେ ଶ୍ରୀମନ୍ଦିରରେ ନୀତିକାନ୍ତି ବନ୍ଦ ହେବାକୁ ନେଇ ଭକ୍ତଙ୍କ ମଧ୍ୟରେ ଦେଖିବାକୁ ମିଳିଲାଣି ଅସନ୍ତୋଷ । ସେବାୟତଙ୍କ ଏପରି କାର୍ୟ୍ୟକୁ ଭକ୍ତମାନେ କଡ଼ା ବିରୋଧ କରିଛନ୍ତି । ମଙ୍ଗଳ ଆଳତୀ ପରେ ମହାପ୍ରଭୁଙ୍କ ନୀତିକାନ୍ତି ହୋଇନଥିବାରୁ ଭକ୍ତମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି ।
Views: 85