ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ । ବସଟି ପ୍ରାୟ ୨୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯିବା ବେଳେ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଆହତ ଛାତ୍ରଛାତ୍ରୀଙ୍କୁ ରାଇଘର ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ବସ୍ ଡ୍ରାଇଭରକୁ ଅଟକ ରଖି ତଦନ୍ତ କରୁଛି ।
Views: 15