The Ultimate Managed Hosting Platform
ADVERTISEMENT

ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ

Facebook
Twitter
LinkedIn

ବଣାଇ : ସ୍ୱାମୀ ସାଜିଲା ସୈତାନ । ସ୍ତ୍ରୀକୁ ପିଟି ପିଟି ମାରିଦେଲା ଷ ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ। ହତ୍ୟା ପରେ ଘର ପଛ ବାଡ଼ିରେ ପୋତି ଦେଲା ନୃଶଂସ ସ୍ୱାମୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବାବୁନୁଆଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ପୋଲିସ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ କରୁଛି। ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରହିଛି।
ଅନ୍ୟପଟେ ପାରିବାରିକ କଳହ ପୁଣି ନେଇଛି ଜଣେ ମହିଳାଙ୍କ ଜୀବନ । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛି ସ୍ୱାମୀ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଆଖୁପଦର ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତ ମହିଳା ସେହି ଗାଁର ଗୀତା ମୁଳି । ସ୍ତ୍ରୀକୁ ହତ୍ୟା କରିବା ପରେ ଅଭିଯୁକ୍ତ ସ୍ୱାମୀ ରାଜୁ ମୁଳି ପଡୋଶୀଙ୍କୁ ଏ ସମ୍ପର୍କରେ ଜଣାଇଥିଲା । ଏନେଇ ଖବର ପାଇବା ପରେ ଭଞ୍ଜନଗର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଅଭିଯୁକ୍ତ ସ୍ୱାମୀ ରାଜୁ ମୁଳିକୁ ଗିରଫ କରିଛି ପୋଲିସ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login