The Ultimate Managed Hosting Platform
ADVERTISEMENT

ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ସମ୍ବଲପୁର, ଦାୟିତ୍ୱରେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

Facebook
Twitter
LinkedIn

ସମ୍ବଲପୁର : ଆଜି ହନୁମାନ ଜୟନ୍ତୀ ପାଇଁ ଉତ୍ସବ ମୁଖର ସମ୍ବଲପୁର ସହର । ବିଭିନ୍ନ ସ୍ଥାନରୁ ବାହାରିବ ଶୋଭାଯାତ୍ରା । ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ହୋଇଛି । ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନଜର ରଖିବ ୬୫୦ ସିସିଟିଭି । ୪୦ଟି ଡ୍ରୋନରେ ଶୋଭାଯାତ୍ରାର ମନିଟରିଂ ହେବ । ସହରକୁ ଜଗିବେ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ। ରାପିଡ୍ ଆକ୍ସନ ଫୋର୍ସ ମଧ୍ୟ ମୁତୟନ ହୋଇଛନ୍ତି। ବଡ଼ ବଡ଼ ୧୦ଟି ଏଲଇଡି ଓ ଡ୍ରୋନ ଦ୍ବାରା ସହର ଉପରେ ନଜର ରଖାଯାଇଛି। ଏହାସହ ଅପରାହ୍ନ ୩ଟାରୁ ରାତି ୯ଟା ଯାଏ ଧନୁପାଲିରୁ ଟାଉନ ପର୍ୟ୍ୟନ୍ତ ଯାନବାହାନ ଚଳାଚଳ ବନ୍ଦ ରହିବ । ଧାର୍ମିକ ସ୍ଥଳ ଗୁଡିକରେ ପୋଲିସ ପିକେଟିଂ କରୁଛି । ସୋସିଆଲ୍ ମିଡିଆ ପୋଷ୍ଟ ଉପରେ କଡ଼ା ନଜର ରହିଛି । ଗୁଜବକାରୀଙ୍କ ଉପରେ ନଜର ରଖିବା ପାଇଁ ସ୍ପେଶାଲ ସାଇବର ଟିମ ଗଠନ କରାଯାଇଛି । ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ସମ୍ବଲପୁର । ସମଗ୍ର ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login