ସମ୍ବଲପୁର : ଆଜି ହନୁମାନ ଜୟନ୍ତୀ ପାଇଁ ଉତ୍ସବ ମୁଖର ସମ୍ବଲପୁର ସହର । ବିଭିନ୍ନ ସ୍ଥାନରୁ ବାହାରିବ ଶୋଭାଯାତ୍ରା । ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ହୋଇଛି । ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନଜର ରଖିବ ୬୫୦ ସିସିଟିଭି । ୪୦ଟି ଡ୍ରୋନରେ ଶୋଭାଯାତ୍ରାର ମନିଟରିଂ ହେବ । ସହରକୁ ଜଗିବେ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ। ରାପିଡ୍ ଆକ୍ସନ ଫୋର୍ସ ମଧ୍ୟ ମୁତୟନ ହୋଇଛନ୍ତି। ବଡ଼ ବଡ଼ ୧୦ଟି ଏଲଇଡି ଓ ଡ୍ରୋନ ଦ୍ବାରା ସହର ଉପରେ ନଜର ରଖାଯାଇଛି। ଏହାସହ ଅପରାହ୍ନ ୩ଟାରୁ ରାତି ୯ଟା ଯାଏ ଧନୁପାଲିରୁ ଟାଉନ ପର୍ୟ୍ୟନ୍ତ ଯାନବାହାନ ଚଳାଚଳ ବନ୍ଦ ରହିବ । ଧାର୍ମିକ ସ୍ଥଳ ଗୁଡିକରେ ପୋଲିସ ପିକେଟିଂ କରୁଛି । ସୋସିଆଲ୍ ମିଡିଆ ପୋଷ୍ଟ ଉପରେ କଡ଼ା ନଜର ରହିଛି । ଗୁଜବକାରୀଙ୍କ ଉପରେ ନଜର ରଖିବା ପାଇଁ ସ୍ପେଶାଲ ସାଇବର ଟିମ ଗଠନ କରାଯାଇଛି । ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ସମ୍ବଲପୁର । ସମଗ୍ର ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।
ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ସମ୍ବଲପୁର, ଦାୟିତ୍ୱରେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











