ନୂଆଦିଲ୍ଲୀ :ଉକôଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ ଅବସରରେ ଆଜି ସକାଳ ସାଢେ ୧୧ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଛି । ଏହି ଅବସରରେ ରାଷ୍ଟ୍ରପତି ଦ୍ରୈାପଦୀମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ସଂସ୍କୃତି ପର୍ଯ୍ୟଟନମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାବ୍ୱତ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଥିଲେ । କଟକ ସାଂସଦ ତଥା ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୁହରି ମହତାବ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଏକ ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯାଇଛି। ଏହା ସହିତ ଓଡ଼ିଆରେ ମୋନୋଗ୍ରାଫ୍, ଗାଁ ମଜଲିସର ଇଂରାଜୀ ଅନୁବାଦ ଏବଂ ଗାଁ ମଜଲିସର ହିନ୍ଦୀ ଅନୁବାଦ ମଧ୍ୟ ଉନ୍ମୋଚନ କରାଯାଇଛି।
Views: 31