କଟକ : ହାଇକୋର୍ଟଙ୍କ ଗୁରୁତ୍ୱପୁର୍ଣ୍ଣ ରାୟ । ବିଚାରାଧିନ ଆପରାଧିକ ମାମଲାରେ ବ୍ୟକ୍ତିଙ୍କ ପାସପୋର୍ଟ ବାଜ୍ୟାପ୍ତି କରାଯିବ ନାହିଁ । ଏ ନେଇ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି । ଜଣେ ବ୍ୟକ୍ତିଙ୍କ ପାସ୍ପୋର୍ଟ ବାଜ୍ୟାପ୍ତି ନେଇ ପାସ୍ପୋର୍ଟ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଛନ୍ତି । ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି ଯେ ଆପରାଧିକ ମାମଲା ବିଚାରାଧୀନ ଥିବା କାରଣରୁ ପାସପୋର୍ଟ ପ୍ରଦାନ ବା ନବୀକରଣ କରିବା ପ୍ରସଂଗରେ ଆଇନରେ କୌଣସି କଟକଣା ନାହିଁ । ପାସ୍ପୋର୍ଟ ଆଇନର ଧାରା ୧୦(୩)ରେ ଥିବା ବ୍ୟବସ୍ଥା ବାଧ୍ୟତାମୂଳକ ନୁହେଁ, ଇଚ୍ଛାଧୀନ । ଏଭଳି ସ୍ଥିତିରେ ପାସ୍ପୋର୍ଟ ବାଜ୍ୟାପ୍ତି ନେଇ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶ ଆଇନ ଅନୁସାରେ ଗ୍ରହଣୀୟ ନୁହେଁ । ଆବେଦନକାରୀଙ୍କ ସପକ୍ଷରେ ପାସ୍ପୋର୍ଟ ଦୁଇ ସପ୍ତାହ ଭିତରେ ପୁନଃସ୍ଥାପିତ କରାଯିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ୍ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ.କେ.ସିପାନିଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି ।
ହାଇକୋର୍ଟଙ୍କ ଗୁରୁତ୍ୱପୁର୍ଣ୍ଣ ରାୟ, ଅପରାଧିକ ମାମଲା ପାଇଁ ବ୍ୟାଜାପ୍ତି ହେବନାହିଁ ପାସପୋର୍ଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...