ଭୁବନେଶ୍ୱର : ଆକାଶ ଛୁଆଁ ପରିବା ଦର।ଲଗାଣ ବର୍ଷା ଆଉ ଡ୍ରାଇଭର ସଙ୍ଘର ଧର୍ମଘଟ ଯୋଗୁଁ ବଜାରକୁ ପରିବା ଆସୁନଥିବା ଅଭିଯୋଗ କରିଛନ୍ତି ବ୍ୟବସାୟୀ । ଯାହାବି ଯେତିକି ଆସୁଛି ତାହା ବାଟରେ ପଚି ନଷ୍ଟ ହେଉଛି ।ନିତ୍ୟଦିନ ପରିବା ଆକାଶ ଛୁଆଁ ହୋଇଥିବାରୁ ହାଣ୍ଡିଶାଳରେ ମହଙ୍ଗା ମାଡ଼ ହୋଇଛି । ଅନ୍ୟପକ୍ଷରେ ନିଜେ କ୍ଷତି ସହି କେମିତି କମ ଦାମରେ ବିକିବୁ ବୋଲି ପ୍ରଶ୍ନ କରିଛନ୍ତି ପରିବା ବ୍ୟବସାୟୀ ।ସେପଟେ ବଜାରରେ ବିନସ୍ ୧୨୦ ଟଙ୍କା ଥିବା ବେଳେ ବାଇଗଣ କିଲୋ ୧୦୦ଟଙ୍କା ରହିଛି । ପୋଟଳ କିଲୋ ୮୦ଟଙ୍କା ଏବଂ ଜହ୍ନି, କଲରା, ଭେଣ୍ଡି, ଗାଜର ଆଦି ପରିବାର କିଲୋ ପ୍ରତି ୫୦ ଟଙ୍କା ଉପରେ ରହିଛି । ସେହିପରି ଝୁଡ଼ଙ୍ଗ, ଖମ୍ବଆଳୁ, ସାରୁ, ଟମାଟୋ ଆଦି ପରିବା କିଲୋ ପ୍ରତି ୪୦ ଟଙ୍କା ଉପରେ ରହିଛି ।
ରାଜ୍ୟରେ ଏବେ ଆଳୁ, ପିଆଜ ଆଉ ଗ୍ରୋସରି ସାମଗ୍ରୀ ମହଜୁଦ ରହିଛି । ଯଦି ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଆଗକୁ ଜାରି ରୁହେ ତେବେ ସ୍ଥିତି ସଙ୍ଗୀନ ହେବ । ଏଥିପାଇଁ ସରକାର ଧ୍ୟାନ ଦେବା ଆବଶ୍ୟକ । ରାଜ୍ୟ ବାହାରୁ ଯାହା ଆସୁଛି ସେଥିରେ ବିଶେଷ କିଛି ସମସ୍ୟା ନାହିଁ ହେଲେ ରାଜ୍ୟ ଭିତରେ କିଛି ଲେନଦେନ କରିବାରେ ସମସ୍ୟା ଦେଖିବାକୁ ମିଳୁଚି । ଡ୍ରାଇଭର ମାଲ ନେଇ ଯିବାକୁ ଅମଙ୍ଗ ହେଉଛନ୍ତି ।
ହାଣ୍ଡିଶାଳକୁ ମହଙ୍ଗା ମାଡ , ଦର ଆକାଶ ଛୁଆଁ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











