ଭୁବନେଶ୍ୱର : କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ । ଢେଙ୍କାନାଳରେ ପ୍ରେସମିଟରେ କଂଗ୍ରେସରୁ ଇସ୍ତଫା ଘୋଷଣା କଲେ । ଢେଙ୍କାନାଳ ଜିଲ୍ଲା କଂଗ୍ରେସ ପୂର୍ବତନ ସଭାପତି ସରୋଜ ପଟ୍ଟନାୟକ ବି ଇସ୍ତଫା ଦେଲେ । ଏହା ସହ ପୂର୍ବତନ ଜିଲ୍ଲା ସଭାପତି ସରୋଜ ପଟ୍ଟନାୟକ, ଓଡାପଡା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ ସଭାପତି ଅଖିଳ ମୋହନ ଖୁଣ୍ଟିଆ ଓ ଟାଉନ କଂଗ୍ରେସ ସଭାପତି ହାଇଦର ମହମ୍ମଦ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ନିଜ ନିଜର ଇସ୍ତଫା ପତ୍ର ପିସିସି ସଭାପତି ଏବଂ ଏଆଇସିସି ସଭାପତିଙ୍କ ନିକଟକୁ ପଠାଇଥିବା ନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।
Views: 61