ଭୁବନେଶ୍ୱର : ସମଗ୍ର ଦେଶରେ ଆଜି ହୋଲି ପାଳନ କରାଯାଉଛି । ସାଧାରଣ ଲୋକ ଠାରୁ ଆରମ୍ଭ କରି ଅନ୍ୟ ସମସ୍ତେ ହୋଲି ଖେଳୁଛନ୍ତି । ଏହି ଅବସରରେ ଦେଶବାସୀଙ୍କୁ ହୋଲିର ଶୁଭକାମନା ଦେଇଛନ୍ତି ରାଷ୍ଟ୍ରପତିଙ୍କ ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡିଆ ଏକ୍ସରେ ଦେଶବାସୀଙ୍କୁ ହୋଲିର ଶୁଭକାମନା ଜଣାଇଛନ୍ତି । ସେ ଲେଖିଛନ୍ତି ଯେ, ‘ରଙ୍ଗର ପର୍ବ ହୋଲିର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଆନନ୍ଦର ଏହି ପର୍ବ ଏକତା, ପ୍ରେମ ଏବଂ ସଦ୍ଭାବନାର ବାର୍ତ୍ତା ଦିଏ । ଏହି ପର୍ବ ଭାରତର ମୂଲ୍ୟବାନ ସାଂସ୍କୃତିକ ଐତିହ୍ୟର ମଧ୍ୟ ପ୍ରତୀକ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଲେଖିଛନ୍ତି ଯେ, ‘ସମସ୍ତଙ୍କୁ ହୋଲିର ଶୁଭେଚ୍ଛା । ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂତନ ଉତ୍ସାହ ଏବଂ ଶକ୍ତି ସଞ୍ଚାର କରୁ ଏବଂ ଦେଶବାସୀଙ୍କ ମଧ୍ୟରେ ଏକତାର ରଙ୍ଗକୁ ଆହୁରି ଘନିଷ୍ଠ କରୁ, ଏହା ଆମର କାମନା ।’
ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ
ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...
ଭାରତ ବିପକ୍ଷ ପଞ୍ଚମ ଟେଷ୍ଟରେ ଖେଳିବେନି ଷ୍ଟୋକ୍ସ
ନୂଆଦିଲ୍ଲୀ : ଭାରତ ବିପକ୍ଷ ୫ମ ଟେଷ୍ଟ ଖେଳିବେନି ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ । ଆହତ ସମସ୍ୟା ପାଇଁ ଖେଳି ପାରିବେନି । ତାଙ୍କ ସ୍ଥାନରେ...
ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ
ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...
ଓଟିଇଟି ପ୍ରଶ୍ନପତ୍ର ଲିକ : ୬ ଗିରଫ
ଭୁବନେଶ୍ୱର : ଓଟିଇଟି ପ୍ରଶ୍ନ ପତ୍ର ଲିକ ମାମଲାରେ ୬ ଜଣ ଗିରଫ । ପ୍ରେସମିଟରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି । ଡାଟା ଏଣ୍ଟ୍ରି ଅପରେଟର...