ଯାଜପୁର :ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା ଭଦ୍ର । ଯାଜପୁର ରୋଡ ବନ ବିଭାଗ କାର୍ଯ୍ୟାଳୟକୁ ଆସି ଆତ୍ମସମର୍ପଣ କଲେ । ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ଉଭୟେ ଆତ୍ମସମର୍ପଣ କଲେ । ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ କହିଲେ ରେଞ୍ଜର । ବେଆଇନ ଭାବେ ବଣ୍ୟଜନ୍ତୁଙ୍କୁ ରଖି ଭିଡିଓ ପୋଷ୍ଟ ଅଭିଯୋଗ ରହିଛି । ମୋନାଲିସା ବେଆଇନ ଭାବେ ବନ୍ୟଜନ୍ତୁଙ୍କୁ ରଖି ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଅଭିଯୋଗ ହୋଇଥିଲା। ସେ ନିଜ ଘରେ ମାଙ୍କଡ ରଖିବା ସହ ସାମାଜିକ ଗଣମାଧ୍ୟମରେ ବନ୍ୟଜନ୍ତୁଙ୍କ ଭିଡିଓ ଓ ଫଟୋ ପୋଷ୍ଟ କରୁଥିଲେ।
ଏନେଇ ବନ ବିଭାଗ ତାଙ୍କୁ ବାରମ୍ବାର ତାଗିଦ କରିଥିଲା। ଏପରି କରିବେ ନାହିଁ ବୋଲି ବନ ବିଭାଗକୁ ଲିଖିତ ଭାବେ ଜଣାଇବା ପରେ ମଧ୍ୟ ବାରମ୍ବାର ନିୟମ ଉଲ୍ଲଘଂନ କରିଥିଲେ। ଏପରିକି ମାଙ୍କଡ ନେଇ ରାଜ୍ୟ ବାହାରକୁ ମଧ୍ୟ ଯାଇଥିଲେ। ଏନେଇ ଅଭିଯୋଗ ପରେ ବନବିଭାଗ ଗତ ୨୪ ତାରିଖରେ ଚଢ଼ାଉ କରିଥିଲା। ଏହି ସମୟରେ ଦମ୍ପତି ଫେରାର ଥିଲେ। ଚଢ଼ାଉ ସମୟରେ ଏକ ମାଙ୍କଡ଼କୁ ଉଦ୍ଧାର କରିଥିଲା ବନ ବିଭାଗ।
ୟୁଟ୍ୟୁବର ମୋନାଲିସାଙ୍କ ଆତ୍ମସମର୍ପଣ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











