The Ultimate Managed Hosting Platform
ADVERTISEMENT

“୧୦ ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି”

Facebook
Twitter
LinkedIn

ଭୁବନେଶ୍ୱର : ଆହୁରି ୧୦ ହଜାର ଶିକ୍ଷକ ନିଯୁକ୍ତି ହେବେ କହିଲେ ଗଣଶିକ୍ଷା ମନ୍ତ୍ରୀ । ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା । ନୂଆ ସରକାର ଏଯାଏଁ ୧୮ ହଜାରରୁ ଅଧିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ପିଅନ ଓ କିରାଣିଙ୍କ ଆବଶ୍ୟକତା ଦେଖି ନିଯୁକ୍ତି ଦିଆଯିବ । ଏହାପରେ ବିଜେଡି ବିଧାୟକ ଗଣେଶ୍ୱର ବେହେରା ପ୍ରଶ୍ନ କରିଥିଲେ, ନିର୍ବାଚନ ସମୟରେ ବିଜେପି ସବୁ ବନ୍ଦ ସ୍କୁଲ ଖୋଲିବାକୁ ଘୋଷଣା କରିଥିଲା । ହେଲେ ଏଯାଏଁ ତାହା ହୋଇପାରିଲା ନାହିଁ । ପ୍ରଶାସନ କହୁଛି ସ୍କୁଲ ଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇ ନାହାନ୍ତି। ପୁଣି କେଉଁଠି ସ୍କୁଲ୍ ଖୋଲିବାକୁ ଆବେଦନ କରାଯିବ ବୋଲି ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ । ବିଜେଡି ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଥିଲେ ଯେ, ନୂଆ ସରକାର ଏପର୍ୟ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇ ସାରିଲେଣି । ଆଗକୁ ଆହୁରି ୧୦ ହଜାର ଶିକ୍ଷକ ନିଯୁକ୍ତ ହେବେ । ପିଅନ ଓ କିରାଣୀର ଆବଶ୍ୟକତା ଦେଖି ନିଯୁକ୍ତି ଦିଆଯିବ । ଏହାପରେ ବନ୍ଦ ହୋଇଥିବା ସ୍କୁଲ୍ ସବୁ ଖୋଲିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login