ଭୁବନେଶ୍ୱର : ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପଶ୍ଚିମକେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟର ପ୍ରଭାବ । ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଲଘୁଚାପର ପ୍ରଭାବ ଏବେ ବି ଓଡ଼ିଶା ଉପରେ ରହିଛି। ଆଉ ଏକ ନୂଆ ଲଘୁଚାପ ୧୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସୋମବାରଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
Views: 48