କୁଚିଣ୍ଡା : ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ପାଳନ । କୁଚିଣ୍ଡା ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ପାଳନ । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ପାଳନ । ଜରୁରୀ କାଳୀନ ସେବାକୁ ବାଦ ଦେଇ ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ, ଦୋକାନବଜାର ତଥା ଗାଡି ମଟର ଚଳାଚଳ ବନ୍ଦ ରହିଛି । କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଥିବା ବେଳେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି । ବନ୍ଦକୁ ଆଖିଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।ଏହି ବନ୍ଦ ପାଳନରେ କୁଚିଣ୍ଡାର ବିଭିନ୍ନ ରାଜନୈତିକ ଦଳ ନେତା, ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ମାନେ ସାମିଲ ହୋଇଛନ୍ତି।
Views: 56