ଭୁବନେଶ୍ୱର : ଆସନ୍ତା ୧୬ରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଅଣଲେଉଟା ରୁକୁଣା ରଥରେ ଚଢ଼ି ପ୍ରଭୁ ଶ୍ରୀଲିଙ୍ଗରାଜ ଯିବେ ମାଉସୀ ମା’ ଘର। ଏହି ପ୍ରସିଦ୍ଧ ରଥଯାତ୍ରା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ମନ୍ଦିର କାର୍ୟ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ତଥା ମନ୍ଦିର କାର୍ୟ୍ୟନିର୍ବାହୀ ଅଧିକାରୀ ରୁଦ୍ର ମହାନ୍ତିଙ୍କ ସଭାପତିତ୍ୱରେ ନୀତିକାନ୍ତି, ରଥ ପ୍ରତିଷ୍ଠା, ରଥଯାତ୍ରା ଓ ବାହୁଡ଼ା ଯାତ୍ରା ସମ୍ପର୍କରେ ଆଲୋଚନା ହୋଇଥିଲା।
Views: 87











