କେନ୍ଦ୍ରାପଡା : ୮ରୁ ଭିତରକନିକାରେ ପକ୍ଷୀ ଗଣନା । ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ । ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ । ଗତବର୍ଷ ୧୨୧ ପ୍ରଜାତିର ୧ଲକ୍ଷ ୫୧ ହଜାର ୪୨୧ଟି ପକ୍ଷୀ ଗଣନା କରାଯାଇଥିବା ବେଳେ ଚଳିତବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇବା ନେଇ ବନବିଭାଗ ଆଶା ରଖିଥିବା ରାଜନଗର ବନଖଣ୍ଡ ଅଧକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।ଅନ୍ୟପଟେ ଜାନୁୟାରୀ ୧୪ରୁ ଭିତରକନିକାରେ କୁମ୍ଭୀର ଗଣନା ପାଇଁ ୨୨ ତାରିଖ ଯାଏ ବନ୍ଦ ରହିଛି ।
Views: 50











